ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 62

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀକକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୫ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି । ୦୩ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ସିଡିଏମଓ ଡଃ ବିଶ୍ୱ ରଞ୍ଜନ ପତି, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାଖା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦସୋନପୁର ଓ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

8 + 19 =