ରଥଯାତ୍ରା ସମୟରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ

0 74

ପୁରୀ : ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଲକ୍ଷ ଲକ୍ଷ ଲୋକଙ୍କ ସମାଗମ ଘଟିଥାଏ ଏଥିରେ । ଏହାକୁ ସୁଚାରୁରୂପେ ପରିଚାଳନା ପାଇଁ ପ୍ରଶାସନ ଗୁରୁ ଦାୟିତ୍ୱ ବହନ କରିଥାଏ । ତେଣୁ ରଥଯାତ୍ରା ସମୟରେ କୌଣସି ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ । ଆଜି ଅପରାହ୍ନରେ ସର୍କିଟ ହାଉସ ଠାରେ ଜିଲ୍ଲା ଜରୁରୀ ବିଭାଗ ପକ୍ଷରୁ ବିପର୍ଯ୍ୟୟର ମୁକାବିଲା ନିମିତ୍ତ ଏକ ଏସଓପି ବା ମାନକ କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାହୁ ବିପର୍ଯ୍ୟୟ ମୁକାବିଲାରେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବିପର୍ଯ୍ୟୟର ପୂର୍ବ, ବିପର୍ଯ୍ୟୟ ସମୟ ଓ ବିପର୍ଯ୍ୟୟ ପରବର୍ତ୍ତୀ ମୁକାବିଲା ପାଇଁ ପ୍ରସ୍ତୁତିକୁ ଚୁଡାନ୍ତ କରିବାକୁ ସେ ପରାମର୍ଶ ଦେଇଥିଲେ । ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ, ରାସ୍ତା ଘାଟ ମରାମତି ଓ ଉନ୍ନତିକରଣ, ପାର୍କିଂ ବ୍ୟବସ୍ଥା, ଆଇନଶୃଙ୍ଖଳା ବ୍ୟବସ୍ଥା, ସୂଚନା କେନ୍ଦ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା, ସ୍ୱେଛାସେବୀ ନିୟୋଜନ, ଶିଶୁ ସୁରକ୍ଷା, ପର୍ଯ୍ୟଟନ, ଅଗ୍ନି ନିର୍ବାପକ ଓ ଅନ୍ୟାନ୍ୟ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗ ମାନେ ଉପଯୁକ୍ତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶ ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ ବିଭାଗ ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ସମସ୍ତ କାର୍ଯ୍ୟ ରେ ସହଯୋଗ ପାଇଁ ଅନୁରୋଧ କରିଥିଲେ ।ଏଥିରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

8 + 2 =