ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%ବୃଦ୍ଧି

0 49

ଭୁବନେଶ୍ବର : ରାଜ୍ୟ ସରକାର ଶୁକ୍ରବାର ଦିନ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪%ବୃଦ୍ଧି କରିଛନ୍ତି। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୪%ରୁ ୩୮%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୭.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଛି।

hiring

ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି ବୋଲି ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଗତ ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩%ବୃଦ୍ଧି କରିଥିଲେ। ଏସଂକ୍ରାନ୍ତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୨ରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା।

hiranchal ad1
Leave A Reply

Your email address will not be published.

three × 4 =