ଏହି ସବୁ ଅଞ୍ଚଳରେ କାଚିବ ବର୍ଷା !

0 149

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ପ୍ରଭାବରେ  ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

hiring

୧୦ ତାରିଖ ଦିନ ଏହି ସବୁ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାର ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାତ୍ରି ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ। ବର୍ତ୍ତମାନ ସକ୍ରିୟ ଥିବା ସୁଦୃଶଃ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଉଷ୍ମ -ଜଳୀୟବାଷ୍ପ ପୂର୍ଣ୍ଣ ବାୟୁର ପ୍ରଭାବ ବୃଦ୍ଧି ହେବାରେ ଲାଗିଛି। ଏଥିପାଇଁ ଧୀରେ ଧୀରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ହେବ ବୋଲି କେନ୍ଦ୍ର କହିଛି। ବିଭାଗ କହିଛି ଯେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି।

hiranchal ad1
Leave A Reply

Your email address will not be published.

14 + seven =