ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

0 26

ରାୟପୁର: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ ରାଞ୍ଚିର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ୪ଜଣ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୋମବାର ପୋଲିସ ସୂଚନା ଦେଇଛି।

hiring

ସୂଚନାଯୋଗ୍ୟ, ଗୋଟିଏ ପରିବାରର ୧୦ ଜଣ ସଦସ୍ୟ ନୂତନ ବର୍ଷ ପାଳନ କରି  ଘରକୁ ଫେରୁଥିଲେ। ଛତିଶଗଡ଼ର ରାଜଧାନୀଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଯଶପୁରଠାରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫସି ରହିଥିବା ଯାତ୍ରୀମାନଙ୍କ ମଧ୍ୟରୁ ଜଣେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା। ତେବେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଦୁଇ ଜଣ ଶିଶୁ ଏବଂ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେହିପରି ଗୁରୁତର ବାପା ଏବଂ ପୁଅ ଚିକିତ୍ସିତ ହେଉଛନ୍ତି।

hiranchal ad1
Leave A Reply

Your email address will not be published.

2 × 5 =