ନିଶା ନିବାରଣ ସଚେତନତା ରଥର ଶୁଭାରମ୍ଭ

0 70

ସୁବର୍ଣ୍ଣପୁର: ଜିଲ୍ଲାରେ ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ସୁବର୍ଣ୍ଣପୁର ଆନୁକୂଲ୍ୟରେ ଏକ ନିଶା ନିବାରଣ ସଚେତନତା ରଥକୁ ଜିଲ୍ଳା ପରିକ୍ରମଣ ପୂର୍ବକ ଜନସାଧାରଣଙ୍କୁ ସଚେତନତା କରିବା ଲକ୍ଷ୍ୟରେ ଶୁଭାରମ୍ଭ କରାଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଏହି ସଚେତନତା ରଥକୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିବା ବେଳେ ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଳା ଅବକାରୀ ଅଧିକ୍ଷକ ଶ୍ରୀମତୀ ସୁମତୀ ତ୍ରିପାଠୀ, ବିଭାଗୀୟ ସମସ୍ତ ଅଧିକାରୀ, ଓମ ଶାନ୍ତି ଅନୁଷ୍ଠାନର କାର୍ଯ୍ୟକର୍ତ୍ତା, ଡେପୁଟି କଲେକ୍ଟର ଆନନ୍ଦ ଚନ୍ଦ୍ର ପଣ୍ଡା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ ପରିକ୍ରମା କରି ଜନସାଧାରଣଙ୍କୁ ନିଶାର କୁପରିଣାମ ଉପରେ ସଚେତନତା କରାଇବ ।

hiranchal ad1
Leave A Reply

Your email address will not be published.

17 − 4 =