ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ଜଣଙ୍କର ମୃତ୍ୟୁ

0 57

ଖୋର୍ଦ୍ଧା: ଆଜି ଭୋର୍‌ରୁ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ ଆଜି ଭୋର୍‌ରୁ ଜଙ୍କିଆ ଥାନା ଅନ୍ତର୍ଗତ ବଡପୋଖରିଆ ନିକଟରେ ଜାତୀୟ ରାଜପଥ-୧୬ରେ ଟ୍ରକ ସହ ଏକ କାର୍‌ର ଧକ୍କା ହୋଇଛି। ଟ୍ରକ୍‌ଟି ରାସ୍ତା କଡ଼ରେ ଛିଡା ହୋଇଥିବା ବେଳେ ଆନ୍ଧ୍ର ଆଡୁ ଆସୁଥିବା କାର୍‌ଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ କାର୍‌ରେ ଥିବା ୪ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ୪ ଜଣଙ୍କ ମଧ୍ୟରୁ ୨ ଜଣ ପୁରୁଷ ଓ ୨ ଜଣ ମହିଳା ବୋଲି ସୂଚନା ମିଳିଛି।

hiranchal ad1
Leave A Reply

Your email address will not be published.

five × five =