ମଡେଲ ଡିଗ୍ରୀ କଲେଜରେ ଜାତୀୟ ଏକତା ଦିବସ ପାଳିତ

0 109

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ଟିର୍ଲି ଆମ୍ବାଗୁଡ଼ା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇ ଯାଇଛି । ଅଧ୍ୟକ୍ଷ ଡଃ. ରଞ୍ଜନ କୁମାର ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଡ଼ଃ. ବିଜୟ ମିଶ୍ର ଯୋଗଦେଇ ସର୍ଦ୍ଦାର ପଟେଲଙ୍କ ଜୀବନର ସଂଘର୍ଷ ସମ୍ପର୍କରେ ଆଲୋଚନା କରିଥିଲେ । ସମ୍ମାନିତ ବକ୍ତା ଭାବେ ସହକାରୀ ପ୍ରଫେସର ମନ୍ମଥ କୁମାର ମାଝୀ, ଦେଶର ଅଖଣ୍ଡତା ଏବଂ ଭାଇଚାରା ପ୍ରତିଷ୍ଠା ପାଇଁ ଲୌହ ମାନବଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଅନ୍ୟତମ ବକ୍ତା ଭାବେ ଜାତୀୟ ସେବା ଯୋଜନା ଅଧିକାରୀ ସହକାରୀ ପ୍ରଫେସର ରାଜୀବ ଜାଲ ଦେଶ ମାତୃକାର ସେବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିବାଲାଗି ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ କରିଥିଲେ । ସହକାରୀ ପ୍ରଫେସର ଡ ଅରବିନ୍ଦ କୁମାର ଓଝାଙ୍କ ଧନ୍ୟବାଦ ଅର୍ପଣ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା । କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ ତଥା ଅଧ୍ୟାପକ ଅଧ୍ୟାପିକା ଯୋଗଦେଇଥିଲେ । ସୁମନ୍ତ ବାଘେଲ, ସୁଲୋଚନା ନାୟକ, ଜୀ ଭି ଭି ରଞ୍ଜିତା, ଧାନର ମାଝୀ, ପଲ୍ଲବୀ ସାହୁ, ବିକ୍ରମ ନାୟକ, ମୋନାଲିସା ନାଗ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

eighteen + 17 =