ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା ପରିଚାଳନା ବୈଠକ ଅନୁଷ୍ଠିତ

0 52

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସଡକ ସୁରକ୍ଷା ପରିଚାଳନା ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବୈଠକରେ ଉପ ଆରକ୍ଷୀ ଅଧିକ୍ଷକ ଚନ୍ଦ୍ର ଶେଖର ସାହୁ, ଜିଲ୍ଳା ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଅତିରିକ୍ତ ଜିଲ୍ଳା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ ପ୍ରଦୀପ କୁମାର ଗୁରୁ, କନିଷ୍ଠ ଏମଭିଆଇ,ଏସଡିଓଆରଏଣ୍ଡବି, ସୋନପୁର,ବରିଷ୍ଠ ସହାୟକ ଜିଲ୍ଳା ଶିକ୍ଷା ବିଭାଗର ମଦନ ଗୋପାଳ ନାଏକ, ବିଭାଗୀୟ ଅଧିକାରୀ, ସଦସ୍ୟ ସଦସ୍ୟା ପ୍ରମୁଖ ଯୋଗ ଦେଇ ସଡକ ସୁରକ୍ଷା ପରିଚାଳନା ଉପରେ ଆଲୋଚନା କରିଥିଲେ । ବିଶେଷ ଭାବେ ଜିଲ୍ଲା ଅନ୍ତର୍ଗତ ରାଜ୍ୟ ରାଜପଥ ତଥା ଜାତୀୟ ରାଜପଥରେ ଥିବା ବୁଲାଣୀ ଓ ଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକରେ ବିଶେଷ ସୂଚନା ଫଳକ ସହ ଆଲୋକୀକରଣ ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି । ବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବ୍ୟବହୃତ ହେଉଥିବା ସମସ୍ତ ଯାନବାହାନ ଗୁଡିକ ମୋଟରଯାନ ଆଇନ ମୁତାବକ ବ୍ୟବସ୍ଥିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ସହିତ ନାବାଳକ ଛାତ୍ରଛାତ୍ରୀଙ୍କ ଗାଡିଚାଳନା ଉପରେ ଆବଶ୍ୟକ ଦୃଷ୍ଟି ଦେବାକୁ ବୈଠକରେ ଆଲୋଚନା ହୋଇଥିଲା । ୧୬ ବର୍ଷର ଛାତ୍ରଛାତ୍ରୀ ସ୍କୁଟି ଚାଳନା କରି ପାରିବେ,ମାତ୍ର ଏଥି ନିମନ୍ତେ ଡ୍ରାଇଭିଂ ଲାଇସେନ୍ସ ଦରକାର । ସେହିପରି ୧୮ବର୍ଷ ରୁ ଉଦ୍ଧ୍ୱର୍ ବୟସର ଛାତ୍ର ଛାତ୍ରୀ ଗୀୟର ଗାଡି ଚଳାଇ ପାରିବେ ଓ ଏଥି ନିମନ୍ତେ ମଧ୍ୟଗାଡି ଲାଇସେନ୍ସ ଅପରିହାର୍ଯ୍ୟ ରହିଛି । ଛାତ୍ର ଛାତ୍ରୀ ଗାଡି ଚାଳନାକୁ ଅଭିଭାବକ ସହ ସ୍କୁଲ କର୍ତ୍ତୃପକ୍ଷ ବିଶେଷ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଏଥି ନିମନ୍ତେ ସ୍କୁଲ ଓ ମହାବିଦ୍ୟାଳୟ ଗୁଡିକରେ ଆବଶ୍ୟକ ସଚେତନତା କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ଗ୍ରାମୀଣ ରାସ୍ତାରୁ ଜାତୀୟ ରାଜପଥକୁ ସଂଯୋଗ କରୁଥିବା ରାସ୍ତାରେ ସୂଚନା ଫଳକ ଓ ସ୍ପିଡ଼ ବ୍ରେକର ଲଗାଇବାକୁ ଅଧିକାରୀଙ୍କୁ ପରାମର୍ଶ ଦେବାକୁ ବୈଠକରେ ଆଲୋଚନା ଜରାଯାଇଛି । ଏତଦ ବ୍ୟତୀତ ଜିଲ୍ଲାର ସଡକ ଦୁର୍ଘଟଣା ସହ ଦୁର୍ଘଟଣା ଜନିତ ମୃତ୍ୟୁକୁ ହ୍ରାସ କରିବା ନିମନ୍ତେ ଆବଶ୍ୟକ ଜନ ସଚେତନତା ତଥା ପୋଲିସ ପ୍ରଶାସନ ସହ ମିଳିତ ଭାବେ ଜୋରଦାର ଚଢ଼ାଉ ଉପରେ ଗୁରୁତ୍ୱାରୋପ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦାଶ ।

hiranchal ad1
Leave A Reply

Your email address will not be published.

eight − 3 =