ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମମତା ବାନାର୍ଜୀ

0 67

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ୱାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ ।
ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ୟ ଉପହାର ଦେଇଥିଲେ ।
ଏହି ଅବସରରେ ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ସଦିଚ୍ଛା ସ୍ୱରୂପ ମୁଖ୍ୟମନ୍ତ୍ରୀ ପୁରୀରେ ଅତିଥି ଭବନ ନିର୍ମାଣ ପାଇଁ ଓଡିଶା ବାସୀଙ୍କ ପକ୍ଷରୁ ପଶ୍ଚିମବଙ୍ଗ ସରକାରଙ୍କୁ ଦୁଇ ଏକର ଜମି ଉପହାର୍‌ ସ୍ୱରୂପ ଦେଇଥିଲେ ।

hiring


ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ବିଶ୍ୱ ବାଂଲା ଦ୍ୱାରା ପ୍ରସ୍ତୁତ ଏକ ସାଲ ଉପହାର ଦେଇଥିଲେ । ଏହା ସହିତ ବିଜୁ ବାବୁ ଓ ଜ୍ଞାନ ପଟ୍ଟନାୟକଙ୍କ ଫଟୋରେ ଜାମଦାନି ଶାଢ଼ୀ ଦେଇ ଶ୍ରଦ୍ଧା ନିବେଦନ କରିଥିଲେ ।
ଭୁବନେଶ୍ୱରରେ ଗତ ୨୧ ତାରିଖ ଦିନ ପହଂଚିବା ପରେ ମମତା ବାନାର୍ଜୀ ଆମ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ବେଙ୍ଗଲ ମିଠା ପଠାଇଥିଲେ ।
ଉଭୟ ନେତା ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ । ସୂଚନା ଯୋଗ୍ୟ ଯେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଗତ ୨୧ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି ।
ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ୍‌ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

17 − 10 =