ଟ୍ରେନ୍‌ ଟ୍ରାଜେଡି : ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 341

ଭୁବନେଶ୍ବର: ବାହାନଗା ଟ୍ରେନ ଦୁର୍ଘଟଣାରେ ରାଜ୍ୟର ମୃତକ ଓ ଆହତଙ୍କ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ।
ବାହାନଗା ଟ୍ରେନ୍ ଦୁର୍ଘଟଣାର ଶିକାର ହୋଇପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କା ଦିଆଯିବ।
ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମଧ୍ୟ ତାଙ୍କର ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

hiranchal ad1
Leave A Reply

Your email address will not be published.

1 × 1 =