ନର୍ଲାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର

0 36

ଭବାନୀପାଟଣା: ଆଜି ନର୍ଲା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ବ୍ଲକ ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ବିଡିଓ ବାସନ୍ତୀ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୩୩୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା । ୧୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍‌ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

three + eighteen =