ରଥଯାତ୍ରା ଦିନ ବଣ୍ଟାଯିବ ୧୦ଲକ୍ଷ ମାସ୍କ

0 62

ପୁରୀ :ଆଉ ମାତ୍ର ତିନି ଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ସୋମବାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତିକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ରଥଯାତ୍ରାକୁ ସୁଚାର ରୂପେ ସମ୍ପୂର୍ଣ୍ଣ କରିବା ନେଇ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଥିଲେ ମନ୍ତ୍ରୀ । ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଏହାକୁ ଲକ୍ଷ୍ୟ ରଖି ପୁରୀ ମେଡ଼ିକାଲରେ ୫୦ ଟି ଅତିରିକ୍ତ ବେଡ଼ ସମେତ ସ୍ୱତନ୍ତ୍ର ଓଟି, ମେଡ଼ିସିନ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖାଯାଇଛି । ସେହିପରି ଆମ୍ବୁଲାନ୍ସ ସମେତ ସ୍ୱେଚ୍ଛାସେବୀ ଓ ମେଡିକାଲ ଅଧିକାରୀ ୨୪ ଘଣ୍ଟା ସେବା ଯୋଗାଇବା ଉପରେ ଗୁରୁତ୍ୱାରୋପ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମୁତାବକ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି । ରଥଯାତ୍ରା ଦିନ ୧୦ଲକ୍ଷ ମାସ୍କ ବଣ୍ଟନ କରାଯିବ । ଏହାସହ ଆଇସିୟୁ ମଧ୍ୟ ପ୍ରସ୍ତୁତ ରହିବ । କୋଭିଡ଼ ସଂକ୍ରମଣକୁ ନେଇ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା ବେଳେ ଭକ୍ତ ମାନଙ୍କ ସ୍ୱାସ୍ଥ୍ୟ ସୁବିଧା ଉପରେ ବିଶେଷ ଧ୍ୟାନ ଦିଆଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ।

hiranchal ad1
Leave A Reply

Your email address will not be published.

1 + three =