ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 75

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି ଓ ସାମୁହିକ ଦରଖାସ୍ତ ୫ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ୨୯ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୪ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦର୍ିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ସୋନପୁରର ଭାରପ୍ରାପ୍ତ
ବିଡିଓ ଶଶିଭୂଷଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପ୍ରକଳ୍ପ ନିର୍ଦ୍ଦେଶକ, ଡିଆରଡିଏ-ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ସୋନପୁର ସୂର୍ଯ୍ୟଂଶୁ ରୁଟ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

two × 1 =