ଶ୍ରୀମନ୍ଦିରରେ ରାମ ନବମୀ ନୀତି

0 52

ପୁରୀ : ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଛି । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଇଥିଲା । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥିଲା । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ କରିଥିଲେ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦ କରାଯାଇଥିଲା । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଥିଲେ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥିଲେ ।

hiring

hiranchal ad1
Leave A Reply

Your email address will not be published.

11 − 9 =