୩୪ତମ ବାର୍ଷିକ ୧୩ ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି ,୧୫ ଦିନ ନିମନ୍ତେ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତ୍ତି

0 248

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ମାର୍ଚ୍ଚ ୩୧ ତାରିଖ ଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଅପ୍ରେଲ ୯ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚି ଯାଇଛି । ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ କରାଯାଇଛି ଯେ, ମାର୍ଚ୍ଚ ୩୧ ତାରିଖଠାରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୯ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ତେର ଦଣ୍ଡ ଥଳଙ୍କୁ ବରଣ କରାଯିବ । ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତାରେ ଧୂଳିଦଣ୍ଡ, ଅପରାହ୍ନ ଘ.୪.୩୦ମି.ରେ ବନ୍ଧପାଖରେ ପାଣିଦଣ୍ଡ, ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ତେର ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ । ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୧୦ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ । ଏଣୁ ସମସ୍ତ ଅଞ୍ଚଳବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

hiranchal ad1
Leave A Reply

Your email address will not be published.

20 − 9 =