ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

0 98

ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

hiring

ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ବିଶେଷ ନୀତି ପାଇଁ ଅପରାହ୍ଣ ୫ଟାରୁ  ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ। ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ  ନୀତି ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ  ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ,  ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ  କଳା ଇତ୍ୟାଦି ବ୍ୟବହାର କରାଯିବ। ଏହାଦ୍ୱାରା  ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ଉକ୍ତ  ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗିର ଅସଲ ସମୟ ଧାର୍ଯ୍ୟ ହେବ ।

hiranchal ad1
Leave A Reply

Your email address will not be published.

five × 2 =