କୋରେଇରେ ଲାଇନଚ୍ୟୁତ ହୋଇ ପ୍ଲାଟଫର୍ମକୁ ମାଡ଼ିଗଲା ମାଲଗାଡ଼ି: ଚାଲିଗଲା ୪ଜଣଙ୍କ ଜୀବନ

0 92

ଯାଜପୁର: ଯାଜପୁର ଜିଲ୍ଲାର କୋରେଇରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଛି। ଏଠାରେ ଏକ ମାଲ୍ ଗାଡି ଲାଇନଚ୍ଯୁତ ହୋଇ ପ୍ଲାଟଫର୍ମକୁ ମାଡ଼ିଯାଇଛି। ଏହାଫଳରେ ପ୍ଲାଟଫର୍ମରେ ଥିବା ୪ ଜଣ ଯାତ୍ରୀଙ୍କର ମୃତ୍ଯୁ ହୋଇଥିବା ଜଣାଯାଇଛି। ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାଯାଇଛି। ମୃତକମାନଙ୍କ ମଧ୍ୟରେ ଜଣେ ଶିଶୁ, ଜଣେ ମହିଳା ଓ ଦୁଇ ପୁରୁଷ ଥିବା ସୂଚନା ଅଛି। ଏମାନେ ବାଲେଶ୍ବର-ଭୁବନେଶ୍ବର ଡିଏମୟୁ ଟ୍ରେନରେ ଭୁବନେଶ୍ବରକୁ ଆସିବାକୁ ପ୍ଲାଟଫର୍ମରେ ଅପେକ୍ଷା କରିଥିଲେ। ତେବେ ରେଳବାଇର ଲୋକସଂପର୍କ ଅଧିକାରୀଙ୍କ ସୂଚନା ଅନୁଯାୟୀ, ୨ଜଣଙ୍କର ପ୍ରାଣହାନି ଘଟିଛି। ଟ୍ରେନଟି ଭଦ୍ରକରୁ ଛତ୍ରପୁରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ସକାଳ ପ୍ରାୟ ୬ଟା ୪୦ ମିନିଟରେ ଏହି ରେଳ ଦୁର୍ଘଟଣା ଘଟିଛି। ଏବେ ବି ୬ଟି ବଗି ଷ୍ଟେସନ୍‌ ପାର ହୋଇଥିବା ଅବସ୍ଥାରେ ପଡ଼ିରହିଛି। ଏଣେ ୧୨ଟି ବଗି ଲାଇନଚ୍ୟୁତ ହୋଇଛି।‌ଏହି ଦୁର୍ଘଟଣାରେ କିଛି ଲୋକ ଆହତ ମଧ୍ୟ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଛି। ଏହି ଦୁର୍ଘଟଣା ଯୋଗୁ ଷ୍ଟେସନ୍‌ରେ ଥିବା ଫୁଟ ଓଭର ବ୍ରିଜ ମଧ୍ୟ ଭାଙ୍ଗି ଚୁରମାର ହୋଇ ଯାଇଛି। ଘଟଣାସ୍ଥଳରେ ଆରପିଏଫ ଓ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ଯକୁ ତ୍ବରାନ୍ବିତ କରିୁଛନ୍ତି।

hiring

ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟୁଇଟରରେ ଲେଖିଛନ୍ତି, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

hiranchal ad1
Leave A Reply

Your email address will not be published.

5 + fifteen =