ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 152

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଳାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୭ ଗୋଟି ଓ ସାମୁହିକ ଦରଖାସ୍ତ ୩ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୧୦ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୦ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ତରଭା ବିଡିଓ ନିରଞ୍ଜନ ନାୟକଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସୂର୍ଯ୍ୟ ନାରାୟଣ ଦାଶ, ଜିଲ୍ଳା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷ ତରଭା ସରୋଜ କୁମାର କମ୍ପ, ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ । ଯୁଗ୍ମ ଶୁଣାଣୀ ଆରମ୍ଭ ପୂର୍ବରୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାଶ ପ୍ରମୁଖ, ଉପଜିଲ୍ଲାପାଳ ଡଃ ମିଶ୍ର ତଥା ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ତରଭା ବ୍ଲକ ପରିସରରେ ବ୍ଲକ ଦ୍ୱାରା ଆୟୋଜିତ ଗ୍ରାମୀଣ ଆବାସ ଗୃହ ସମ୍ପୂର୍ଣ୍ଣକରଣ ଅଭିଯାନ ରଥକୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ଏହି ରଥ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତ ପରିକ୍ରମା କରି ଜନସାଧାରଣଙ୍କୁ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି ।

hiranchal ad1
Leave A Reply

Your email address will not be published.

2 × 3 =