ଗଜପତି ଜିଲ୍ଲାରେ ଅମ୍ଳାନର ଶୁଭାରମ୍ଭ

0 86

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗାନ୍ଧୀ ସ୍ମୃତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅମ୍ଳାନର ଶୁଭାରମ୍ଭ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଏମ୍‌ ଏମ୍‌ ଅଲ୍ଲୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏସ ତିରୁପତି, ୭ ନମ୍ବର କାଉନସିଲର ଧରିତ୍ରୀ ଶବର, ଡିପିଏମ୍‌ ସୌମ୍ୟ ରାଣୀ ଗୌଡ଼ ପ୍ରମୁଖ ମଞ୍ଚାସିନ ଥିଲେ । ଅମ୍ଳାନ କାର୍ଯ୍ୟକ୍ରମ ଓଡ଼ିଶାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି । ରକ୍ତହୀନତା ଦୂର କରିବା ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ । ଆନିମିଆ ମୁକ୍ତ ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମ କରାଯାଇଛି ।ଏହି କାର୍ଯ୍ୟକ୍ରମ ରେ ସ୍ୱାସ୍ଥ୍ୟ କର୍ମଚାରୀ, ସ୍ୱାସ୍ଥ୍ୟ ବିଭାଗର ନେତ୍ରାନନ୍ଦ ଶତପଥୀ, ସାଇ ପ୍ରସାଦ ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଛାତ୍ରଛାତ୍ରୀଙ୍କର ହେମୋଗ୍ଲୋବିନ ପରୀକ୍ଷା କରାଯାଇଛି ।

hiranchal ad1
Leave A Reply

Your email address will not be published.

2 × two =