ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ

0 25

ଭୁବନେଶ୍ୱର: ମା’ ତାରାତାରିଣୀ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟ ପୁରୋଧା ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାରାତାରିଣୀ ପୀଠରେ ପହଞ୍ଚି ହାତ ଯୋଡି ମା’ଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ । ମନ୍ଦିରରେ ପ୍ରବେଶ କରି ମା’ଙ୍କୁ ଦର୍ଶନ କଲେ ନବୀନ ପଟ୍ଟନାୟକ । ନୂଆ ରୂପରେ ସଜେଇ ହୋଇଛି ମା’ ତାରାତାରିଣୀ ପୀଠ ।

hiring

ଧୁମଧାମରେ ଚାଲିଛି ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ । ମହାଯଜ୍ଞର ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେଉଛି ରତ୍ନଗିରି ପର୍ବତ । ଉତ୍ସବମୁଖର ହୋଇଛି ଗଞ୍ଜାମ ଜିଲ୍ଲା । ଅପୂର୍ବ ଶୋଭା ମଣ୍ଡନରେ ଆକର୍ଷିତ ହୋଇ ଟାଣି ହୋଇଆସୁଛନ୍ତି ହଜାର ହଜାର ଭକ୍ତ । ବିଶାଳ ଜନସମାବେଶ ହେବାର ସମ୍ଭାବନା ରହିଛି । ଏଥିପାଇଁ ହୋଇଛି ବ୍ୟାପକ ବ୍ୟବସ୍ଥା । 
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଗତକାଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିଥିେଲେ ।  ।

hiranchal ad1
Leave A Reply

Your email address will not be published.

nineteen + nineteen =