ତିନି ଦିନ ଛେଚିବ,ଅରେଞ୍ଜ ୱାର୍ଣ୍ଣିଂ ଜାରି

0 111

ଭୁବନେଶ୍ୱର : ୧୪, ୧୫ ଓ ୧୬ ତାରିଖ । ଏହି ତିନି ଦିନ ରାଜ୍ୟରେ ବର୍ଷା ଛେଚିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ଭାରି ବର୍ଷା ହୋଇଛି । ୨୧ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ୭ ଜିଲ୍ଲାରେ ୧୨୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି । ଓଡ଼ିଶା ମଧ୍ୟଭାଗ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଆଗକୁ ଅଧିକ ଘନୀଭୂତ ହୋଇପାରେ ବୋଲି ପୂର୍ବନୁମାନ କରିଛନ୍ତି  ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ  ।

hiring

ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ । ୧୪ରେ ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାଦ୍ୱାରା ତଳିଆ ଅଞ୍ଚଳରେ ପାଣି ଜମିପାରେ । କଚ୍ଚା ରାସ୍ତା ମଧ୍ୟ ପ୍ରଭାବିତ ହୋଇପାରେ । ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ୧୫ରେ ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୬ରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଭାରି ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ ଦେଇଛି ।

hiranchal ad1
Leave A Reply

Your email address will not be published.

twelve − 5 =