ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ

0 41

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ପୌରପରିଷଦ ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଧୂଳିମାଟିର ସ୍ଥାନ ଗୋପବନ୍ଧୁ ଚୌଧୁରୀଙ୍କ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ରାଜେନ୍ଦ୍ର କୁମାର ବିଶୋଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଦିଲ୍ଲୀପ କୁମାର ଜେନା, ପୂର୍ବତନ ପୌରାଧ୍ୟକ୍ଷ ବିପ୍ଲବ ଚୌଧୁରୀ ଦେବୀପ୍ରସାଦ ଚୌଧୁରୀ ପୌରପରିଷଦ ବରିଷ୍ଠ ସହାୟକ ଦିପକ କୁମାର ପଟ୍ଟନାୟକ ଉପସ୍ଥିତ ରହି ପୌରପରିଷଦ ଡ଼ାକବଙ୍ଗଳା ଛକ ଓ ଖେରସ ଛକ ଠାରେ ଥିବା ଗୋପବନ୍ଧୁ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଉତ୍ସବ ରେ ସ୍ଥାନୀୟ ବୃଦ୍ଧିଜୀବି ଶିକ୍ଷାବିତ, ପୌର କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

3 − two =