ଭୁବନେଶ୍ବର : ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍। ୧୩ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଜାରି ରହିଥିଲା । ଡ୍ୟାମ କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ବର୍ତ୍ତମାନ ଅତିରିକ୍ତ ଜଳ ନିଷ୍କାସନ ପାଇଁ ଜଳଭଣ୍ଡାରର ୮ଟି ଗେଟ୍ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୧ ଫୁଟ୍ ରହିଛି।

ଡ୍ୟାମ କର୍ତ୍ତୃପକ୍ଷ ବନ୍ୟା ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଉପରମୁଣ୍ଡରୁ ଆସୁଥିବା ଜଳ ଏବଂ ତଳମୁଣ୍ଡର ପରିସ୍ଥିତିକୁ ଭିତ୍ତି କରି ଏହି ଜଳ ନିଷ୍କାସନକୁ ନିୟନ୍ତ୍ରଣ କରାଯାଉଛି।
ଅନ୍ୟପଟେ ଆଜିଠୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
