ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

0 123

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଗୋଟି ଓ ସାମୁହିକ ଦରଖାସ୍ତ ୮ଗୋଟି ରହିଛି । ଗ୍ରହଣ କରାଯାଇଥିବା ୫୦ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୮ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ଟି ଆପତ୍ତି ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଶିବିରରେ ସିଏମଆରଏଫ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି । ବୀରମହାରାଜପୁର ବିଡିଓ ମୋତିଲାଲ ସୁଲିଆଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ- ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା, ବୀରମହାରାଜପୁର ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

eight − four =