ରାଷ୍ଟ୍ରପତିଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ଓଡ଼ିଶାର ଦୁଇ ଶିକ୍ଷକ

0 42

ଭୁବନେଶ୍ୱର: ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ୱୀ ଶିକ୍ଷକ ।
କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି ।

hiranchal ad1
Leave A Reply

Your email address will not be published.

seven − 6 =