୨୯ ଗୋଟି ପଞ୍ଚାୟତରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷରୋପଣ

0 233

ଦଶପଲ୍ଲା : ବିଜୁ ଜନତା ଦଳର ୨୫ ବର୍ଷ ପୂର୍ତ୍ତି ଅବସରରେ ଏହାକୁ ସ୍ମରଣୀୟ କରିବା ନିମନ୍ତେ ନୟାଗଡ଼ ବ୍ଲକ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ତଥା ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ପରାମର୍ଶକ୍ରମେ ନୟାଗଡ଼ ବ୍ଲକର ସମସ୍ତ ୨୯ ଗୋଟି ପଞ୍ଚାୟତରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୁବ ବିଜେଡି ମହାସଚିବ ତଥା ମୁଖପାତ୍ର ଏଲିନା ଦାସ ଓ ନୟାଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ପର୍ଯ୍ୟବେକ୍ଷକ ଦେବସ୍ମିତା ଦାସ ଯୋଗ ଦେଇ ବୃକ୍ଷରୋପଣରେ ସାମିଲ ହେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସଦାସର୍ବଦା ସାମାଜିକ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେଇଆସିଛି । ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କ ସଶକ୍ତ ଓଡିଶା,ସମୃଦ୍ଧ ଓଡିଶା ସହିତ ନୂତନଭାବେ ସବୁଜିମା ଓଡିଶା ନିର୍ମାଣ ଦିଗରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ସମସ୍ତ କର୍ମକର୍ତ୍ତା ପ୍ରତିଶ୍ରୁତିବଦ୍ଧ ହେବେ ଓ କାର୍ଯ୍ୟ ଜାରି ରଖିବେ ବୋଲି କହିଥିଲେ । କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଯୁବ ଜନତା ଦଳ ସଭାପତି ରମେଶ କୁମାର ସାହୁ, ବ୍ଲକ ସଭାପତି ଦୁର୍ଯ୍ୟୋଧନ ବେହେରା, ଛାତ୍ର ଜନତା ଦଳ ସଭାପତି ନୀଳମାଧବ ପଣ୍ଡା,ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ,ଜିଲ୍ଲା ପରିଷଦ ସଭ୍ୟ ସରୋଜ କୁମାର ରଣ ସିଂ, ଆଶିଷ କୁମାର ଅଗ୍ରୱାଲ, କ୍ଷୀରୋଦ ମହାପାତ୍ର, ସୁବାସ କଅଁର ଓ ବ୍ଲକ ବିଜେଡି ସଭାପତି ଅଜିତ ପ୍ରସାଦ ସାହୁ, ଛାତ୍ର ନେତା ଅମୂଲ୍ୟ କୁମାର ସାହୁ, ଆଦିତ୍ୟ ନାରାୟଣ ସାହୁଙ୍କ ସମେତ ସରପଞ୍ଚ ଓ ସମିତିସଭ୍ୟା ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

four × 1 =