ପୁଣି ଓଡିଶାକୁ ବାତ୍ୟା ଭୟ ! ସତର୍କ କରାଇଲେ ଆଇଏମ୍‌ଡି ଡିଜି

0 106

ଭୁବନେଶ୍ୱର: ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓଡ଼ିଶା ସହ ପୂର୍ବ ଭାରତୀୟ ରାଜ୍ୟଗୁଡିକୁ ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଥିବାରୁ ଲୋକଙ୍କ ମନରେ ବାତ୍ୟା ନେଇ ଛନକା ପଶିଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଲା-ନିନା ପ୍ରଭାବରେ ବାତ୍ୟା ସଙ୍ଗଠିତ ହେବା ଆଶଙ୍କା ଅଧିକ ରହିଛି। ବିଶେଷକରି ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ହେଉଛି ଓଡ଼ିଶା ପାଇଁ ବାତ୍ୟାର ସମୟ। ତେଣୁ ଏହି ସମୟରେ ଲା-ନିନା ସୃଷ୍ଟି ହେଲେ ବାତ୍ୟା ଆସିଥାଏ। ତେବେ ବର୍ତ୍ତମାନ ଏହା ସମ୍ପୂର୍ଣ୍ଣ ରୂପ ନେଇନାହିଁ। ୧୫ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ ଲା-ନିନା ପ୍ରଭାବରେ ଏହା ଅଧିକରୁ ଅଧିକ ବିଳମ୍ବ ହେବ। ଏହି ସମୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବାତ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ ବୋଲି ଡିଜି କହିଛନ୍ତି। ସେହିପରି ୧୫ ଦିନ ଆଗରୁ ବାତ୍ୟାର ପୂର୍ବାନୁମାନ କରାଯାଇପାରିବ ଏବଂ ଓଡ଼ିଶାରେ ଏନେଇ ସ୍ଥାନୀୟ ପ୍ରଶାସନକୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି।

hiranchal ad1
Leave A Reply

Your email address will not be published.

one × 2 =