ବଡଚଣା ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

0 51

ଯାଜପୁର: ଆଜି ପୂର୍ବାହ୍ନରେ ବଡଚଣା ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଳା ପରିଷଦ, ଅଶୋକ କୁମାର ବେହୁରିଆ, ଊପ-ଜିଲ୍ଳାପାଳ ଗୋପୀନାଥ କୁଅଁର, ସହକାରୀ ଜିଲ୍ଳାପାଳ, ସାଧାରଣ ଓ ବିବିଧ ତଥା ଅଭିଯୋଗ ପ୍ରକୋଷ୍ଠ ଅଧିକାରିଣୀ ଶ୍ରୀମତୀ ଲକ୍ଷ୍ମୀପ୍ରିୟା ଦାସ, ବି.ଡି.ଓ., ବଡଚଣା ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ତହସିଲଦାର, ଦର୍ପଣ ଶ୍ରୀ ମାନସ କୁମାର ତ୍ରିପାଠୀ, ଅଧିକ୍ଷଣ ଯନ୍ତ୍ରୀ, ଜଳସେଚନ ଇଂ. କାମଦେବ ଦାସ, ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ, ଯାଜପୁର ଶ୍ରୀ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ, ଜଳଚ୍ଥାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ସହକାରୀ ଜିଲ୍ଳା ଶିକ୍ଷା ଅଧିକାରୀ ଶଶିଧର ସିଂ, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ରାଜ କିଶୋର ଭୂୟାଁ, ଅବକାରୀ ଅଧିକ୍ଷକ, ଯାଜପୁର ଅମରେନ୍ଦ୍ର କୁମାର ଜେନା, ସହକାରୀ ନିବନ୍ଧକ, ସମବାୟ ସମିତି ଶ୍ରୀ ଶରତ ଚନ୍ଦ୍ର ମଲ୍ଳିକ, ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଳା ସମାଜ ମଙ୍ଗଳ ଅଧିକାରୀ, ଯାଜପୁର ଶ୍ରୀମତୀ ମଂଜୁଲତା ନାୟକ, ଜିଲ୍ଳା ସମାଜ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲ୍ଳା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଜିଲ୍ଳା ବେସାମରିକ ଯୋଗାଣ ଅଧିକାରୀ ସେକ୍‌ ସଲାଉଦ୍ଦିନ ଖାଁଙ୍କ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୨୧୯ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୮୮ ଗୋଟି ଅଭିଯୋଗ ଆସିଥିଲା । ଜିଲ୍ଳା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୧୦୦ ଗୋଟି ଅଭିଯୋଗ ଆସିଥିଲା । ଶିବିର ପ୍ରକୋଷ୍ଠରେ ୧୮୮ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା । ପ୍ରକାଶ ଥାଉ କି, ଡିସେମ୍ୱର ମାସ ୨୬ ତାରିଖ ମଙ୍ଗଳବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିର ମାନଙ୍କରେ ଜିଲ୍ଳାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍‌ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଳକର ବି.ଡି.ଓ. ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡିକର ତ୍ୱରିତ୍‌ ସମାଧାନ ଶୁଣାଣିରେ ଜିଲ୍ଳାପାଳଙ୍କୁ ସହଯୋଗ ପ୍ରଦାନ କରିଥିବାର ଜିଲ୍ଲା ସୂଚନା ଏବଂ ଲୋସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରାଙ୍କ ତରଫରୁ ପ୍ରେସ ବାର୍ତ୍ତା ସୂଚନା ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

10 − 3 =