ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

0 57

ପାରଳାଖେମଣ୍ଡି: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତରଙ୍ଗଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣିରେ ଯୋଗଦାନ କରି ତରଙ୍ଗଗଡ଼ ସମେତ ଜୀବା, ମୁନିଶିଂ ଓ ଯାମି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୬୧ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଓ ୪୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ତିନି ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ତିରିଶ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମିପଟ୍ଟା, ଜଳସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁନେମୀ ମଣ୍ଡଳ,ସ୍ଥାନୀୟ ସରପଞ୍ଚ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା,ତହସିଲଦାର, ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

14 − eleven =