ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ

0 69

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚର୍ତୁଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଆଜି ଅର୍ଥାତ ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚର୍ତୁଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ତେବେ ଦ୍ୱିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ୱଳିତ ହୋଇଥାଏ । ତେଣୁ ଏହାକୁ ଦେବଦୀପାବଳି କୁହାଯାଏ । ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ବେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି ।
ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ,ଶ୍ରୀବଳଭଦ୍ର ୧୪ ହାତ ଓ ଦେବବୀ ସୁଭଦ୍ରା ୧୨ ହାତ ଲମ୍ବ ବିଶିଷ୍ଟ ସୂତାଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ଠାକୁର ମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ,ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।

hiranchal ad1
Leave A Reply

Your email address will not be published.

4 × 4 =