ପରିବେଶ ସୁରକ୍ଷା ଓ ଜଳ ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ

0 220

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଏନ.ଡି.ଏ ସରକାରଙ୍କ ନଅ ବର୍ଷର ସେବା ସୁଶାସନ ଓ ଗରିବ କଲ୍ୟାଣ ଯୋଜନାକୁ ନେଇ ଏକ ସଚେତନତା ପଦଯାତ୍ରା କରାଯାଇ ଥିଲା । ବଜାର ଛକ ଠାରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରି ଏକ ସଚେତନତା ପଦଯାତ୍ରାକୁ ପାରଳା ବିଧାୟକ କେ ନାରାୟଣ ରାଓ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ରାଜଦାଣ୍ଡରେ ଥିବା ଆର୍ବନ ବ୍ୟାଙ୍କ ପଡ଼ିଆ ଠାରେ ଶୋଭାଯାତ୍ରା ପହଞ୍ଚିବା ପରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ପ୍ରଦର୍ଶନ କରାଯାଇଥିଲା । ଏହାକୁ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ ରିବନ କାଟି ଶୁଭ ଉଦଘାଟନ କରିଥିଲେ । ପରେ ଏକ ସାଧାରଣସଭା ଅନୁଷ୍ଠିତ ହୋଇଥିଲା । ଏହି ସାଧରଣ ସଭାକୁ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ । କେନ୍ଦ୍ରୀୟ ପ୍ରଚାର ପତ୍ର ଅଧିକାରୀ ମନ ମୋହନ ପାଢ଼ୀ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ, ସମ୍ମାନୀତ ଅତିଥି ଭାବେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ । ପରିବେଶ ସୁରକ୍ଷା ଓ ଜଳ ସଂରକ୍ଷଣ ଉପରେ ନାଟକ ଦ୍ୱାରା ସଚେତନତା କରାଯାଇଥିଲା । ପରିଶେଷରେ ବିଭିନ୍ନ ଅନୁଷ୍ଠାନ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

three × four =