ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

0 106

ପାରଳାଖମୁଣ୍ଡି : ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡିଶା ତରଫରୁ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୨ ବିଜୁ କଲ୍ୟାଣ ମଣ୍ଡପ ପାରଳାଖେମୁଣ୍ଡି ସଦର ମହକୁମା ଠାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି ।
ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଗାବରା ତିରୁପତି ରାଓ, ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଉପାଧ୍ୟକ୍ଷ ପୌରପରିଷଦ ମଧୁ ଲେଙ୍କା, ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା,ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ନିର୍ବାହୀ ଅଧିକାରୀ, ପାରଳାଖେମୁଣ୍ଡି ଜୁବୁଲି ଚରଣ ବେହେରା ମଞ୍ଚାସିନ ଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପ୍ରଥମେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟର ଶୁଭାରମ୍ଭ କରିଥିଲେ । ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ମାନଙ୍କ ଦ୍ୱାରା ଦୁଇ ଗୋଟି ନାମ ପଞ୍ଜୀକରଣ ପ୍ରକୋଷ୍ଠ ଖୋଲାଯାଇ ପୁରୁଷ-୧୪୮, ମହିଳା ୧୫୭ ମୋଟ ୩୦୫ ଜଣଙ୍କର ନାମ ପଞ୍ଜୀକରଣ କରଯାଇଥିଲା । ମଞ୍ଚାସୀନ ଅତିଥିମାନେ ପୁଷ୍ପଗୁଚ୍ଛ ଦେଇ ବରିଷ୍ଠ ନାଗରିକମାନଙ୍କୁ ସମ୍ମାନିତ କରିଥିଲେ । ଏଠାରେ ୮ ଗୋଟି ପ୍ରକୋଷ୍ଠରୁ ୫ ଗୋଟି ଚିକିତ୍ସା ଅଧିକାରୀମାନଙ୍କ ନିମନ୍ତେ ଓ ତିନୋଟି ଔଷଧ ପାଥୋଲୋଜି ଓ ଫିଜିଓଥେରାପିରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ସରକାରଙ୍କ ନିରାମୟ ଔଷଧ ମାଗଣାରେ ବଣ୍ଟନ କରଯାଇଥିଲା । ମଞ୍ଚାସୀନ ସମସ୍ତ ଅତିଥିବୃନ୍ଦ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ସରକାରଙ୍କର ବିଭିନ୍ନ ଯୋଜନା ଓ ସୁବିଧା ସୁଯୋଗ ରହିଅଛି ତାହା ଅତି ପ୍ରାଞ୍ଜଳ ଭାବରେ ପ୍ରକାଶ କରିଥିଲେ । ମଞ୍ଚାସୀନ ଅତିଥିମାନଙ୍କ ଦ୍ୱାରା ୧୦ ଜଣ ବରିଷ୍ଠ ନାଗରିକମାନଙ୍କୁ ଉପଡୋକନ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ଶେଷରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

17 + 16 =