ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ

0 21

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଳକ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମ ପଞ୍ଚାୟତ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୧୮୯ ଗୋଟି ଅଭିଯୋଗ ଆସିଥିଲା । ବେଳେ ସେଥିରୁ ୧୪ ଗୋଟି ଅଭିଯୋଗର ତୁରନ୍ତ ପଦକ୍ଷେପ ନେଇ ସମାଧାନ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକ ତୁରନ୍ତ ପଦକ୍ଷେପ ନେଇ ସମାଧାନ କରିବା ସକାଶେ ଜିଲ୍ଲା ପ୍ରଶାସନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ମୋହନା ବ୍ଳକ ଅଧ୍ୟକ୍ଷ ରଣଜିତ ଶବର,ଆର ଉଦୟଗିରି ଏସଡିପିଓ ଦିଲ୍ଲୀପ କୁମାର ନାୟକଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଳକସ୍ତରୀୟ ଅଧିକାରୀ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

14 + one =