ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : କୁଚିଣ୍ଡା ଓ ପାଟଣାଗଡରେ ପ୍ରତିଷ୍ଠା ହେବ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର

0 115

ଭୁବନେଶ୍ୱର : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଓ ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଠାରେ ନୂତନ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଖୋଲାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ୱାରା କୁଚିଣ୍ଡା, ବାମରା ଓ ଜମନକିରା ବ୍ଲକର ଯୁବବର୍ଗ ଉପକୃତ ହେବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ । ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ ।
ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠା ହେବାକୁ ଥିବା ଆଇଟିଆଇରେ ମଧ୍ୟ ୪ ଗୋଟି ଟ୍ରେଡରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ୱାରା ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ । ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ ରହିଛି । ସେହିପରି ୫୮ଟି ସବଡିଭିଜନ ମଧ୍ୟରୁ ୪୮ଟିରେ ଆଇଟିଆଇ ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ଆଇଟିଆଇ ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ ।

hiranchal ad1
Leave A Reply

Your email address will not be published.

14 − 9 =