ରାଜ୍ୟରେ ପୁଣି ୨୨୩୯ ନୂଆ ପଜିଟିଭ ଚିହ୍ନଟ, କରୋନା ନେଲା ୯ ଜୀବନ

0 147

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୫୩୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୬ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୦ ଜଣ, ବରଗଡ ଜିଲ୍ଲାରୁ ୫୧ ଜଣ, ଭଦ୍ରକ ଜିଲ୍ଲାରୁ ୭୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ ଜଣ, ବୌଦ୍ଧ ଜିଲ୍ଲାରୁ ୫୩ ଜଣ, କଟକ ଜିଲ୍ଲାରୁ ୧୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ ଜଣ, ଗଜପତି ଜିଲ୍ଲାରୁ ୪୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୭୫ ଜଣ, ଝାରୁସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୯୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ ଜଣ, କୋରାପୁଟ ଜିଲ୍ଲାରୁ ୯୧ ଜଣ, ମାଲକାନଗିରି ଜିଲ୍ଲାରୁ ୫୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୧୪୭ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪୦ ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ ଜଣ, ସୋନପୁର ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୪ ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୪୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୩୯ଟି ଆକ୍ଟିଭ୍‌? କେସ୍‌? ରହିଥିବା ବେଳେ ୪୩୭୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୯୪୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

2 + two =