ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହେଲେ ଓଡ଼ିଶାର ଦୁଇ ଜଣ ଶିକ୍ଷକ

0 49

ପୁରୀ : ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଜଣ ଶିକ୍ଷକ । କଳାହାଣ୍ଡି ଜିଲ୍ଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ୱିତି ଚନ୍ଦ୍ର ସାହୁଙ୍କୁ ପୁରସ୍କାର ପ୍ରଦାନ କରିବେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ।
ମାନ୍ୟବର ରାଷ୍ଟ୍ରପତି ସେପ୍‌ଟେମ୍ବର ୫, ୨୦୨୪ ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ ।

hiranchal ad1
Leave A Reply

Your email address will not be published.

1 × three =