ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ପ୍ରସ୍ତୁତି

0 94

ପୁରୀ : ଆସନ୍ତାକାଲି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ସଂଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା । ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିଥିଲେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ ।

hiranchal ad1
Leave A Reply

Your email address will not be published.

one × 2 =