ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ରାମାଭିଷେକ ନୀତି

0 24

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଶ୍ରୀ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରବଣା ମକର ନକ୍ଷତ୍ରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ସମାପନ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ । ପରେ ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ହେବ । ଏହା ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳଭ ମଠକୁ ବିଜେ କରିବେ । ଦୁଇ ସେବାୟତ ଭରତ ଓ ଶତ୍ରୁଘ୍ନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ୱୟ ସାଙ୍ଗରେ ନେଇଯିବେ ।
ସେମାନେ ପାଦୁକା ଦ୍ୱୟକୁ ଧରି ଶ୍ରୀଜଗନ୍ନାଥ ବଲ୍ଳଭ ମଠରେ ପହଞ୍ଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବ । ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ । ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଉଛି । ସେପଟେ ଆଜି ମଧ୍ଯ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତ ଙ୍କ ବେଶ୍ ଭିଡ଼ ଦେଖିବାକୁ ମିଳିଚି।

hiranchal ad1
Leave A Reply

Your email address will not be published.

sixteen − 10 =