ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ, ଆସନ୍ତାକାଲିଠାରୁ ଶ୍ରୀଜୀଉଙ୍କୁ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିଭ୍ରମଣ

0 69

ପୁରୀ : ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି । ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ । ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ,ଗୁଆ । ସେତେବେଳେ ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ ମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିଭ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ । ସେହି ଆଧାରରେ ଆସନ୍ତାକାଲି ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରଥମ ଦିନ ଗଞ୍ଜାମ,ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ । ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ ଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ୱରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ । ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ । ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ । ଏହି କାର୍ଯ୍ୟ ରେ ବିଭିନ୍ନ ଅଧିକାରୀ, କର୍ମଚାରୀ,ସୁରକ୍ଷା କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ଦାୟିତ୍ୱ ଦିଆଯାଇଛି । ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଘଟିକାରେ କଟକ ମହାନଗର ନିଗମ ଓ ୧୦ ଘଟିକା ରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ । ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ ଘଟିକା,ଗଞ୍ଜାମ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ଦିବା ୧୨ ଘଟିକାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସର ମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି ।

hiranchal ad1
Leave A Reply

Your email address will not be published.

2 + 10 =