ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ସଫଳତା

0 75

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍ ଛାତ୍ରୀ ଶୁଭୋମିତା ଚକ୍ରବର୍ତ୍ତୀ ସର୍ବାଧିକ ୯୮ ପ୍ରତିଶତ ନମ୍ବର ରଖିଥିବା ବେଳେ ୩୫ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊଦ୍ଧ୍ୱର୍ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ପରୀକ୍ଷା ଦେଇଥିବା ସ୍କୁଲ୍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ରେ ସିବିଏସ୍ଇ, ଆଇଜିସିଏସ୍ଇ, ଆଇବିଡିପି ପାଠ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରାଯାଉଥିବା ବେଳେ ଛାତ୍ରଛାତ୍ରୀମାନେ ଏହି ସବୁ ପାଠ୍ୟକ୍ରମରେ କ୍ରମାଗତ ଭାବେ ସଫଳତା ହାସଲ କରିଆସୁଛନ୍ତି । କେବଳ ଶିକ୍ଷାରେ ନୁହେଁ, ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ମଧ୍ୟ ଉତ୍ତମ ପ୍ରଦର୍ଶନ କରିଆସୁଛନ୍ତି । ସ୍କୁଲ୍ର ଏହି ସଫଳତାରେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ସଫଳତା ହାସଲ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏଥିପାଇଁ ସେ ସ୍କୁଲ୍ର ଚେୟାରପର୍ସନ ଡ. ମୋନା ଲିସା ବଳ ଏବଂ ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ତଥା ଅନ୍ୟାନ୍ୟ ଶିକ୍ଷକ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶିକ୍ଷା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ରାଜ୍ୟ ଓ ଜାତୀୟସ୍ତରରେ ମଧ୍ୟ ସଫଳତା ହାସଲ କରିଆସୁଛନ୍ତି ।

hiranchal ad1
Leave A Reply

Your email address will not be published.

nine − 7 =