ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଆରମ୍ଭ

0 49

ପୁରୀ : ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି । ଖୁବ୍‌ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ବାତ୍ୟା ଜୱାଦ ପ୍ରଭାବରେ ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ବାତ୍ୟା ପରବର୍ତ୍ତୀ ପରିସ୍ଥିତିର ମୁକାବିଲା ଓ ସଠିକ କ୍ଷୟକ୍ଷତିର ଆକଳନ ଉପରେ ଜିଲ୍ଲା ପ୍ରଶାସନ ଗୁରୁତ୍ୱ ଦେଇଛି ।ବାତ୍ୟା ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ନା ପ୍ରସବାମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ । ବୟସ୍କ ବ୍ୟକ୍ତି ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ । ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନିୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି । ଜିଲ୍ଲାର କେତେକ ଉପକୂଳବର୍ତ୍ତୀ ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି ।
ପାଣିପାଗ ବିଭାଗର ସ୍ପଷ୍ଟ ସୂଚନା ମିଳିଲା ପରେ ସ୍ଥାନାନ୍ତରିତ ପ୍ରକ୍ରିୟା ଆରମ୍ଭ ହେବ ।ତେବେ ବାତ୍ୟା ପ୍ରଭାବରେ ବର୍ଷା ଯୋଗୁଁ ଧାନ ଓ ପନିପରିବା ଚାଷ ବେଶୀ କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି ।ଏଣୁ ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

2 × 2 =