ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଆକସ୍ମିକ ମୃତ୍ୟୁ

0 653

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଳକ ୮ ନମ୍ବର ଜୋନ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀ ଅନାଦି ଚରଣ ସିଂଙ୍କ ଆକସ୍ମିକ ମୃତ୍ୟୁ ହୋଇଛି । ଆଜି ସକାଳ ସମୟରେ ସେ ଘରେ ଥିବା ସମୟରେ ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ପ୍ରଥମେ ଘଟଗାଁ ମେଡିକାଲ ଏବଂ ପରେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ତାଙ୍କ ମୃତ୍ୟୁକୁ ନେଇ କେନ୍ଦୁଝର ବିଜେଡି ମହଲରେ ଶୋକର ଛାୟା ଖେଳି ଯାଇଛି । ତେବେ ନିର୍ବାଚନକୁ ଆଉ କେଇଟା ଦିନ ଥିବା ବେଳେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ବିଜେଡି ପାଇଁ ଦୁଃଖ ଦୁଇଗୁଣା କରି ଦେଇଛି । ତେବେ ସେହି ଜୋନରୁ ବିଜେଡି ଆଉ କାହାକୁ ଟିକେଟ ଦେବ ସନେଇ କୌଣସି ନିଷ୍ପତ୍ତି ହୋଇନାହିଁ ।

hiranchal ad1
Leave A Reply

Your email address will not be published.

nine − 6 =