ଆଜି ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ୱାସୁର ବଧ ବେଶ

0 75

ପୁରୀ : ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ୱାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳବାଳକମାନଙ୍କ ସହିତ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ ମାରିବା ପାଇଁ ପ୍ରଳମ୍ୱାସୁର ନାମକ ଜଣେ ମହାବଳଶାଳୀ ଦୈତ୍ୟକୁ କଂସ ପ୍ରେରଣ କରିଥିଲେ । ମହାବଳଶାଳୀ ପ୍ରଳମ୍ୱାସୁର ପ୍ରଭୁ ବଳଭଦ୍ରଙ୍କୁ ଆକ୍ରମଣ କରି ଉପରକୁ ଟେକି ନେଇଯିବା ସମୟରେ ସ୍ୱୟଂ ବଳଭଦ୍ର ମହାପ୍ରଭୁ ମୁଷ୍ଟିକା ଘାତ କରି ପ୍ରଳମ୍ୱାସୁରକୁ ବିନାଶ କରିଥିଲେ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ବଢିବା ପରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । କାଷ୍ଠ, ବେତ, କଳାକନା, ଧଳାକନା ଓ ନୀଳକନାରେ ୪ଫୁଟର ଏକ ବିରାଟକାୟ କାଷ୍ଠ ନିର୍ମିତ ଏହି ପ୍ରଳମ୍ୱାସୁର ମୂର୍ତ୍ତିକୁ ରତ୍ନସିଂହାସନସ୍ଥ ବଳଭଦ୍ରଙ୍କ ନିମ୍ନ ଭାଗରେ ସଜାଯାଏ । ପ୍ରଳମ୍ୱାସୁର ବଧ ବେଶରେ ପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସାଧାରଣ ବେଶରେ ବିରାଜମାନ କରିଥିବାବେଳେ ଅସୁରର ସ୍କନ୍ଧ ଏବଂ ଦୁଇ ଭୂଜରେ ପ୍ରଭୁ ଶ୍ରୀ ବଳଭଦ୍ର ବସିଥିବା ଭଳି ଦୃଶ୍ୟ ହୁଏ । ଏହି ବେଶ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି ।

hiranchal ad1
Leave A Reply

Your email address will not be published.

twenty − 14 =