ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ

0 218

ବାଲିଗୁଡ଼ା: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍‌ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ୭୫ଟି ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡସ୍ତରୀୟ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତଥା ଶିକ୍ଷକ ତୀର୍ଥବାସୀ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଦେଶ କିଭଳି ସ୍ୱାଧୀନତା ଲାଭ କରିଥିଲା ଏବଂ ଦେଶ ସ୍ୱାଧୀନରେ ମହାପୁରୁଷମାନଙ୍କ ଭୂମିକା ଓ ବଳୀଦାନ ବିଷୟରେ ଆଲୋକପାତ କରିଥିଲେ । ଏଥିସହିତ ଆଜିଠାରୁ ଅର୍ଥାତ୍‌ ଅଗଷ୍ଟ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଘରେଘରେ ତ୍ରିରଙ୍ଗା ଉଡ଼ାଇବା ସହ ଭାରତ ମା’ର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବାସହ ନିଜକୁ ଗୌରାବନ୍ୱିତ ମନେକରିବାକୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ୍‌ ନାୟକଙ୍କ, ସହକାରୀ ଶିକ୍ଷକ ସୁରେନ୍ଦ୍ର କୁମାର ଦାଶ ଓ ତପନ ଦିଗାଳଙ୍କ ସହ ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

fifteen − eleven =