ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡିଶା : ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

0 71

ଭୁବନେଶ୍ୱର : ମେଟ୍ରୋ ସହରରେ ଗୋଷ୍ଠୀ ସଂକ୍ରମଣ ଅଛି, ହେଲେ ଆମ ରାଜ୍ୟରେ ନାହିଁ । କିନ୍ତୁ ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡିଶା ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡଃ ନିରଞ୍ଜନ ମିଶ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ,  ଗୋଷ୍ଠୀ ସଂକ୍ରମଣ ହୋଇଛି ଅର୍ଥ ସ୍ଥାନୀୟ ଅଞ୍ଚଳରେ ଓମିକ୍ରନ ସଂଖ୍ୟା ବଢ଼ିଛି । ଆମ ରାଜ୍ୟରେ କେତେ ପ୍ରତିଶତ ସଂକ୍ରମଣ ହେଲାଣି ତାହାକୁ ଜାଣିବା ପାଇଁ  ଅପେକ୍ଷା କରିବାକୁ ପଡିବ । କିଛି ଦିନ ତଳେ ହୋଇଥିବା ଜେନମ ସିକ୍ୱେନସିଂ ଅନୁସାରେ ୬୦ ପ୍ରତିଶତ ଥିଲା । ଏବେ ନିଶ୍ଚୟ ବଢିଥିବ ।

hiring

ବାହାର ଦେଶର ଯାତ୍ରୀ ବିନା ଯଦି ଗୋଟିଏ ସ୍ଥାନରେ ରୋଗ ଓ ରୋଗୀ ସଂଖ୍ୟା ବଢ଼ୁଛି, ମାନେ ଗୋଷ୍ଠୀ ସଂକ୍ରମଣ ହୋଇଛି। ଅନ୍ୟ ଦେଶରେ ଏହା ହେବା ଆମେ ଦେଖିଛେ । ଆଉ କିଛି ଦିନରେ ଭାରତରେ ବି ଗୋଷ୍ଠୀ ସଂକ୍ରମଣ ହୋଇଯିବ । ଏବେ ରାଜ୍ୟରେ ବହୁତ କମ୍ ମେଡିକାଲରେ ଆଡ଼ମିଟ ହେଉଛନ୍ତି । ମାତ୍ର ୨ ପ୍ରତିଶତରୁ କମ ଆଡ଼ମିଟ ହୋଇଛନ୍ତି।

ଯଦି ସାମାନ୍ୟ ଲକ୍ଷଣ ରହୁଛି ତାହେଲେ ଟେଷ୍ଟ କରନ୍ତୁ, ଟେଷ୍ଟ ନ କଲେ ଅସୁବିଧା ଅଛି, ଘରେ ସମସ୍ତଙ୍କୁ ହୋଇଯିବ । ଏଯାଏଁ ରାଜ୍ୟରେ ଜଣେ ବି ଓମିକ୍ରନ ରୋଗୀଙ୍କର ମୃତ୍ୟୁ ହୋଇନି । ଏଯାଏଁ ରାଜ୍ୟରେ ସଂକ୍ରମଣ ତଳ ମୁହାଁ ହୋଇଛି ବୋଲି କହି ହେବନାହିଁ, ଆମକୁ ଆହୁରି କିଛିଦିନ ଅପେକ୍ଷା କରିବାକୁ ହେବ ।

hiranchal ad1
Leave A Reply

Your email address will not be published.

three + three =