ଭୁବନେଶ୍ୱର ୦୯ ।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସେହିପରି ଅନୁଗୋଳରୁ ୧୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୩, ବରଗଡରୁ ୩୩, ଭଦ୍ରକରୁ ୮୩, ବଲାଙ୍ଗୀରରୁ ୧୦,ବୌଦ୍ଧରୁ ୯, କଟକରୁ ୪୪୧, ଦେବଗଡରୁ ୪, ଢେଙ୍କାନାଳରୁ ୧୨୪, ଗଜପତିରୁ ୬, ଗଞ୍ଜାମରୁ ୧୯, ଜଗତସିଂହପୁରରୁ ୧୧୯, ଯାଜପୁରରୁ ୨୫୨, ଝାରସୁଗୁଡାରୁ ୧୦, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୧୭, କେନ୍ଦ୍ରାପଡାରୁ ୫୭, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୯୦, କୋରାପୁଟରୁ ୨୯, ମାଲକାନଗିରିରୁ ୩୫, ମୟୂରଭଞ୍ଜରୁ ୧୦୯, ନବରଙ୍ଗପୁରରୁ ୨୦, ନୟାଗଡରୁ ୮୬, ନୂଆପଡାରୁ ୭, ପୁରୀରୁ ୧୩୮, ରାୟଗଡାରୁ ୩୦, ସମ୍ବଲପୁରରୁ ୨୬, ସୋନପୁରରୁ ୧୬, ସୁନ୍ଦରଗଡରୁ ୬୫ ଓ ଷ୍ଟେଟପୁଲରୁ ୧୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Sign in
Sign in
Recover your password.
A password will be e-mailed to you.
Next Post