ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ,ପୁଣି ୪୬ଜଣଙ୍କ ମୁଣ୍ଡ ନେଲା କରୋନା

0 93

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୮ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୬୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୧ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୨, ଯାଜପୁର ଜିଲ୍ଲାରୁ ୧୯୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୨ଜଣ, କୋରାପୁଟ ଜିଲ୍ଲାରୁ ୫୩ଜଣ, ମାଲକାନଗିରି ଜିଲ୍ଲାରୁ ୬୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୧୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୮୮ଜଣ, ରାୟଗଡ଼ା ଜିଲ୍ଲାରୁ ୬୧ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ , ଷ୍ଟେଟ ପୁଲ୍‌ରୁ ୬୯ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

five × 5 =