ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ

0 106

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନିଭୂତ ହେଉଛି ।  ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।  ଏନେଇ ଆଜି ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଅନ୍ୟପକ୍ଷରେ ଆସନ୍ତା  ୧୪ ତାରିଖ ଯାଏଁ ସବୁଦ୍ର ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ୧୩ ତାରିଖରେ ଅତି ପ୍ରବଳ ବର୍ଷା ନେଇ ଅନୁଗୁଳ, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର ଓ ସୋନପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳର ଚାଷ ଜମି ଜଳମଗ୍ନ ହେବା ସହ ମାଟି ରାସ୍ତା କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
୧୪ ତାରିଖରେ ପ୍ରବଳ ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପାଇଁ ୧୨ରୁ ୧୪ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ୧୧ ତାରିଖ ସନ୍ଧ୍ୟା ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି । ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି ।

hiranchal ad1
Leave A Reply

Your email address will not be published.

eighteen − 3 =