ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କିଛି ଜିଲ୍ଲାରେ ହାଲକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଓ ବୌଦ୍ଧ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ପ୍ରକାର ୱାର୍ଣ୍ଣିଂ ଜାରି କରାଯାଇନାହିଁ।ସେହିପରି ନଭେମ୍ବର ୧୭ରୁ ୧୮ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି।